The Ultimate Managed Hosting Platform
ADVERTISEMENT

ରାମଲାଲାଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ

Facebook
Twitter
LinkedIn

ଅଯୋଧ୍ୟା: ଅଯୋଧ୍ୟା ରାମ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ। ରାମଲାଲାଙ୍କ ଦର୍ଶନ ପାଇଁ ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ। ଭୋର ୩ଟାରୁ ମନ୍ଦିର ବାହାରେ ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ। ପ୍ରାଣ ପ୍ରତିଷ୍ଠା ପରେ ରାମଲାଲାଙ୍କ ଦର୍ଶନ ପାଇଁ ଉତ୍ସାହ। ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସହ ଅନ୍ତ ହୋଇଛି ୫ଶହ ବର୍ଷର ଅପେକ୍ଷା । ଅସ୍ଥାୟୀ ଟେଂଟରୁ ଭବ୍ୟ ମନ୍ଦିରକୁ ଫେରିବା ପରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପରେ ଆଜିଠୁ ସାଧାରଣ ଦର୍ଶନ ଆରମ୍ଭ ହୋଇଛି । ମହାପ୍ରଭୁ ଶ୍ରୀରାମଙ୍କ ଦିବ୍ୟ ରୂପକୁ ଦେଖି, ବିଭୋର ହେଉଛନ୍ତି ଭକ୍ତ ।ସକାଳ ୭ଟାରୁ ଦିନ ସାଢ଼େ ୧୧ଟା ଏବଂ ଏହାପରେ ଅପରାହ୍ନ ୨ଟାରୁ ସନ୍ଧ୍ୟା ୭ଟା ପର୍ୟ୍ୟନ୍ତ ସାଧାରଣ ଦର୍ଶନ ପାଇଁ ଖୋଲା ରହିବ ମନ୍ଦିର । ପ୍ରାଣ ପ୍ରତିଷ୍ଠା ପରେ ପ୍ରଥମ ଦିନରେ ରାମଲାଲାଙ୍କୁ ଦର୍ଶନ କରି ଆର୍ଶୀର୍ବାଦ ନେବାକୁ ଭକ୍ତଙ୍କ ପ୍ରବଳ ଭିଡ଼ ଜମିଛି । ଭୋର ୩ଟାରୁ ମନ୍ଦିର ବାହାରେ ଭକ୍ତଙ୍କ ଭିଡ଼ ଜମିରହିଥିବା ବେଳେ ୭ଟାରୁ ଆରମ୍ଭ ହୋଇଛି ସାଧାରଣ ଦର୍ଶନ । ସକାଳ ୬ଟା ୩୦ରେ ଶୃଙ୍ଗାର ଆଳତି ସମ୍ପନ୍ନ ହୋଇଥିବା ବେଳେ ଅପରାହ୍ନ ୧୨ଟାରେ ଭୋଗ ଆଳତି ଓ ସନ୍ଧ୍ୟା ସାଢ଼େ ୭ଟାରେ ସନ୍ଧ୍ୟା ଆଳତି ସମ୍ପନ୍ନ ହେବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login