ଭୁବନେଶ୍ୱର : ରାଷ୍ଟ୍ରପତିଙ୍କ ଭୁବନେଶ୍ୱର ଗସ୍ତ ନେଇ କମିଶନରେଟ ପୋଲିସର ପ୍ରସ୍ତୁତି । ନିୟୋଜିତ ହେବେ ୫୦ ପ୍ଲାଟୁନ ପୋଲିସ ଫୋର୍ସ । ରାଜଭବନ ସମେତ ବିଭିନ୍ନ ଟ୍ରାଫିକ ପୋଷ୍ଟରେ ସୁରକ୍ଷା ବ୍ୟବସ୍ଥା । ଆସନ୍ତା ୧୪ ତାରିଖରେ ଭୁବନେଶ୍ୱର ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ଭୁବନେଶ୍ୱର ଗସ୍ତ ପାଇଁ ପ୍ରସ୍ତୁତ ରହିଛି ପୋଲିସ ପ୍ରଶାସନ । ୮ ଜଣ ଡିସିପି ରାଙ୍କ ଅଫିସର ବି ନିୟୋଜିତ, ୧୧ ଜଣ ଅତିରିକ୍ତ ଡିସିପି, ୩୧ ଜଣ ଏସିପି ରାଙ୍କ ଅଫିସର, ୪୪ ଇନ୍ସପେକ୍ଟର ନିୟୋଜିତ, ୧୮୦ ଜଣ ସବ ଇନ୍ସପେକ୍ଟର ନିୟୋଜିତ । ସେହିପରି ଏମ୍ସ ଭୁବନେଶ୍ୱର, ରାଜଭବନ ଓ ବିଭିନ୍ନ ଟ୍ରାଫିକ ପୋଷ୍ଟ ଓ ନାକା ଅଞ୍ଚଳରେ ପୋଲିସ ଫୋର୍ସ ନିୟୋଜିତ ରହିବେ । ୧୪ ତାରିଖ ସନ୍ଧ୍ୟାରେ ରାଷ୍ଟ୍ରପତି ଏମ୍ସ ଭୁବନେଶ୍ୱରର ୫ମ ସମାବର୍ତ୍ତନ ସମାରୋହରେ ଯୋଗ ଦେବେ। ୧୫ ତାରିଖ ପୂର୍ବାହ୍ନରେ ରେଭେନ୍ସା ବିଶ୍ୱବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବା ପରେ କଟକ ରେଭେନ୍ସା ବାଳିକା ଉଚ୍ଚବିଦ୍ୟାଳୟ ଉନ୍ନତୀକରଣ କାର୍ୟ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।
ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ୫୦ ପ୍ଲାଟୁନ ଫୋର୍ସ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











