ଭୁବନେଶ୍ୱର : ଆଜିଠୁ ୧୭ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବା ମନା । ସମୁଦ୍ର ଅଶାନ୍ତ ଯୋଗୁଁ ମତ୍ସଜୀବୀଙ୍କୁ ସମୁଦ୍ର ବାରଣ । ଓଡିଶା ଉପକୂଳ ଓ ଆଖପାଖ ଅଞ୍ଚଳକୁ ମତ୍ସ୍ୟଜୀବୀଙ୍କୁ ବାରଣ । ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କତା ଜାରି ।
ସୁଦୃଶ୍ୟ ଲଘୁଚାପରେ ପରିଣତ ହେଲା ଲଘୁଚାପକ୍ଷେତ୍ର। ଆଜି ଏହା ଅଧିକ ଘନୀଭୂତ ହୋଇ ଅବପାତ ଓ ଆସନ୍ତାକାଲି ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଆଜିଠାରୁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। କାଲିଠୁ ବଢିବ ବର୍ଷା ପରିମାଣ। ୧୬ରେ ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଗୁରୁବାର ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଦେଇଛି ଆଇଏମଡି। ଜଗତସିଂହପୁର, ପୁରୀ ଓ କେନ୍ଦ୍ରାପଡ଼ାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭବନା ରହିଛି। ଏହାଛଡ଼ା ଗଞ୍ଜାମ, ଖୋର୍ଦ୍ଧା , ଭଦ୍ରକ, କଟକ, ଯାଜପୁର, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି।
ଲଘୁଚାପ : ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











