ବୈାଦ୍ଧ : ନିର୍ବାଚନ ରାଲିରେ ସାମିଲ ଅଭିଯୋଗରେ ଶିକ୍ଷୟତ୍ରୀ ନିଲମ୍ବିତ । ଦହ୍ୟା ନୋଡାଲ ସରକାରୀ ଉଚ୍ଚ ବିଦ୍ୟାଳୟର ଜଣେ ଶିକ୍ଷୟତ୍ରୀ ନିଲମ୍ବିତ । ନିଲମ୍ବନ କଲେ ବୈାଦ୍ଧ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ । ସୂଚନା ଅନୁସାରେ, ଦୁଇ ଦିନ ତଳେ ବୌଦ୍ଧ ଜିଲ୍ଲା କଣ୍ଟାମାଲ ନିର୍ବାଚନ ମଣ୍ଡଳୀ ପଲଶପାଟ ଠାରୁ ଆମ୍ବଗାଁ ପର୍ୟ୍ୟନ୍ତ ଏକ ରାଜନୈତିକ ଦଳ ପକ୍ଷରୁ ବାଇକ୍ ରାଲି ହୋଇଥିଲା । ଏହି ରାଲିରେ ଶୀକ୍ଷୟତ୍ରୀ ସଂଘମିତ୍ରା ମଲ୍ଲିକ ଯୋଗଦେଇଥିବା ଅଭିଯୋଗ ହୋଇଥିଲା । ଏହା ପୂର୍ବରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ବାଚନ କମିଶନ୍ଙ୍କ ନିୟମ ଅନୁଯାୟୀ ସମସ୍ତ ସରକାରୀ କର୍ମଚାରୀମାନେ କୌଣସି ରାଜନୈତିକ କାର୍ୟ୍ୟକ୍ରମରେ ଯୋଗ ଦେଇ ପାରିବେ ନାହିଁ ବୋଲି ଚିଠି ଲେଖି ଉଲ୍ଲେଖ କରାଯାଇଥିଲା । ଏହାର ଖିଲାପ ଯୋଗୁଁ ଶିକ୍ଷୟତ୍ରୀଙ୍କୁ ନିଲମ୍ବିତ କରାଯାଇଛି ।
Views: 74











