ନୂଆଦିଲ୍ଲୀ : ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ୍) ସୁପ୍ରିମୋ ତଥା ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା । ତାଙ୍କୁ ଏକ ସ୍ୱତନ୍ତ୍ର ବିମାନ ଯୋଗେ ଦିଲ୍ଲୀ ଅଣାଯାଇଛି । ଶିବୁ ସୋରେନଙ୍କୁ ନିଶ୍ୱାସ ନେବାରେ ଅସୁବିଧା ହେଉଛି । ତାଙ୍କ ପୁଅ ତଥା ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ମଧ୍ୟ ବାପାଙ୍କ ସହ ଦିଲ୍ଲୀ ଯାଇଛନ୍ତି । କିଛି ବର୍ଷ ତଳେ ବି ତାଙ୍କୁ ନିଶ୍ୱାସ ନେବାରେ ସମସ୍ୟା ହେବାରୁ ରାଞ୍ଚି ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।ଶିବୁ ସୋରେନ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ସଭାପତି । ସେ ୟୁପିଏର ପ୍ରଥମ କାର୍ୟ୍ୟକାଳରେ କୋଇଲା ମନ୍ତ୍ରୀ ଥିଲେ ।
Views: 30