ପୁରୀ: ପୁରୀ ଶ୍ରୀମନ୍ଦିର ଭିତରେ ପ୍ରବେଶ ବେଳେ ଧରାପଡିଲେ ମହିଳା ବିଦେଶୀ ପର୍ୟ୍ୟଟକ। ସେବାୟତଙ୍କ ଦ୍ୱାରା ମହିଳା ବିଦେଶୀ ପର୍ୟ୍ୟଟକଙ୍କୁ ଚିହ୍ନଟ କରାଯାଇଛି। ସିଂହଦ୍ଵାର ଥାନାରେ ମହିଳା ବିଦେଶୀ ପର୍ୟ୍ୟଟକଙ୍କ ସମେତ ଅନ୍ୟ ଜଣେ ଯୁବକଙ୍କୁ ଅଟକ ରଖାଯାଇଛି। ବାଇଶିପାହାଚ ନିକଟରୁ ବିଦେଶିନୀଙ୍କୁ ଚିହ୍ନଟ କରିଥିଲେ ସେବାୟତ । ମହିଳା ବିଦେଶୀ ପର୍ୟ୍ୟଟକ ଜଣଙ୍କ ପୋଲାଣ୍ଡ ନାଗରିକ ହୋଇଥିବା ବେଳେ, ସେ ଶ୍ରୀମନ୍ଦିର ଭିତରକୁ କେଉଁ କାରଣରୁ ପ୍ରବେଶ କଲେ ସେନେଇ ପୋଲିସ ଅଧିକ ଅନୁସନ୍ଧାନ କରୁଛି।
Views: 76