ଭୁବନେଶ୍ୱର : ଏମ୍ସରେ ଚିକିତ୍ସାଧୀନ ବଳଙ୍ଗା ପୀଡିତାଙ୍କ ହେବ ଏୟାରଲିଫ୍ଟ । ଭୁବନେଶ୍ୱର ଏମ୍ସରୁ ଦିଲ୍ଲୀକୁ ଏୟାରଲିଫ୍ଟ ହେବେ ପୀଡିତା । କିଛି ଘଣ୍ଟା ମଧ୍ୟରେ ଦିଲ୍ଲୀ ଏମ୍ସକୁ ହେବେ ଏୟାରଲିଫ୍ଟ । ଡାକ୍ତରୀ ଟିମ ସହ ପୀଡିତାଙ୍କ ପରିବାର ଲୋକଙ୍କ ଆଲୋଚନା । ଦିଲ୍ଲୀ ଏମ୍ସ ସହ ଏୟାରଲିଫ୍ଟ ନେଇ ଯୋଗାଯୋଗ ସରିଛି । ଅକ୍ସିଜେନ ସର୍ପୋଟରେ ରଖାଯାଇଥିଲେ ମଧ୍ୟ ପୀଡ଼ିତା କଥାବାର୍ତ୍ତା କରୁଛନ୍ତି । ଏହାସହ ମାନସିକ ଓ ଶାରୀରିକ ସ୍ତରରେ ଆଘାତ ଲାଗିଛି । ତାଙ୍କୁ ଏୟାରଲିଫ୍ଟ କରିବା ସମ୍ଭବପର ନୁହେଁ ବୋଲି ଏମ୍ସ ନିର୍ଦ୍ଦେଶକ କହିଥିଲେ ବି ବର୍ତ୍ତମାନ ଏୟାରଲିଫ୍ଟ କରାଯିବାର ସୂଚନା ଆସୁଛି । ସେପଟେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇଛି । ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ୧୮୦ ବିଏନଏସରେ ବୟାନ ରେକର୍ଡ କରାଯାଇଛି । ବଳଙ୍ଗା ପୀଡ଼ିତାଙ୍କ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେବା ଘଟଣାରେ ଆରମ୍ଭ ହୋଇଛି ତଦନ୍ତ। ଷଡ୍ୟନ୍ତ୍ର ଦିଗକୁ ତଦନ୍ତରେ ପ୍ରାଥମିକତା ଦିଆଯାଇଛି । କେଉଁଠୁ କିରୋସିନ ଆସିଲା ଅନୁଧ୍ୟାନ କରାଯାଉଛି, ସାଇବର ଏକ୍ସପର୍ଟମାନଙ୍କର ମଧ୍ୟ ସହଯୋଗ ନିଆଯାଇଛି । ଏପର୍ୟ୍ୟନ୍ତ କୌଣସି ସିସିଟିଭି ଫୁଟେଜ ମିଳିନାହିଁ କି କେହି ଅଟକ ନାହାନ୍ତି ।
ସବୁଠୁ ବଡ ଖବର : ଏୟାରଲିଫ୍ଟ ହେବେ ବଳଙ୍ଗା ପୀଡିତା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











