ସମ୍ବଲପୁର : ସମ୍ବଲପୁର ହନୁମାନ ଜୟନ୍ତୀ ବାଇକ ରାଲିରେ ପଥର ମାଡ ଘଟଣା । ୪୮ ଘଣ୍ଟା ପାଇଁ ସମ୍ବଲପୁର ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ । ଆଜି ସକାଳ ୧୦ଟାରୁ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ । ସୋସିଆଲ ମିଡିଆରେ ଉସକାଇବା ଭଳି ମେସେଜ ରୋକିବାକୁ ପଦ କ୍ଷେପ । ଇଣ୍ଟରନେଟ ସେବା ବନ୍ଦ ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ।
ସୂଚନା ଅନୁଯାୟୀ ଗତକାଲି ହନୁମାନ ଜୟନ୍ତୀ ବାଇକରାଲି ସମୟରେ ପଥରମାଡ଼ଙ୍କୁ ନେଇ ସୃଷ୍ଟି ହୋଇଥିଲା ଉତ୍ତେଜନା । ସହରରେ ଶାନ୍ତି ଫେରାଇ ଆଣିବାକୁ ପ୍ରଶାସନ ପକ୍ଷରୁ ସମ୍ବଲପୁରରେ ୧୪୪ ଧାରା ଜାରି କରାଯାଇଛି । ସହରର ୫ଟି ଥାନା ଅଞ୍ଚଳରେ ନିୟମ କଡ଼ାକଡ଼ି କରାଯାଇଛି । ଟାଉନ ଥାନା, ସଦର ଥାନା ଅଇଁଠାପାଲି, ଧନୁପାଲି, କ୍ଷେତରାଜପୁର ଥାନା ଅଞ୍ଚଳରେ ୧୪୪ଧାରା ଜାରି ହୋଇଛି । ପୁରା ସହରରେ ୧୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ଅନ୍ୟଏକ ଗୋଷ୍ଠୀର ପଥର ମାଡରେ ଅତିରିକ୍ତ ଏସ୍ପିଙ୍କ ତପନ ମହାନ୍ତିଙ୍କ ସହିତ ୧୦ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ଧନୁପାଲ୍ଲୀ ଥାନା ଓ ଟାଉନ ଥାନା ଆଇଆଇସି ଆହତ ହୋଇଛନ୍ତି । ସେମାନଙ୍କ ମୁଣ୍ଡରେ ଲାଗିଛି ଆଘାତ। କିଛି ଲୋକଙ୍କୁ ମଧ୍ୟ ଆକ୍ରମଣ ହୋଇଥିବା ସୂଚନା ରହିଛି । ଘଟଣାସ୍ଥଳରେ ଚାପା ଉତ୍ତେଜନା ଲାଗିରହିଛି । ତିନିଟି ଦୋକାନ ଘର ଉତ୍ତଜନାକାରୀ ଜାଳି ଦେଇଥିବା ଜଣାପଡିଛି ।
ସମ୍ବଲପୁର ଜିଲ୍ଲାରେ ଇଣ୍ଟରନଟେ ସେବା ବନ୍ଦ , ୧୪୪ ଧାରା ଜାରୀ

Facebook
Twitter
LinkedIn
Facebook
Twitter
LinkedIn
Recent News
ବନ୍ଧୁକ ମୁନରେ ଲୁଟ ; ଘରେ ପଶି ହାଣିଲେ , ଲୁଟିନେଲେ ସୁନା ଗହଣା
ଉଦଳା : ଘରେ ପଶି ହାଣିଲେ , ବନ୍ଧୁକ ଦେଖାଇ ଲୁଟିନେଲେ ସୁନା ଗହଣା । କପ୍ତିପଦା ଥାନା ଝିଙ୍କପଦା ଗାଁ ଜଣଙ୍କ ଗରୁ ଲୁଟ ଅଭିଯୋଗ...
ଭୁବନେଶ୍ୱରରେ ୪୭, ୧୨୬ ବୁଲା କୁକୁର
ଭୁବନେଶ୍ୱର : ବିଏମସି ଅଞ୍ଚଳରେ ଅଛନ୍ତି ୪୭, ୧୨୬ ବୁଲା କୁକୁର । ୨୩, ୦୪୭ ଅଣ୍ଡିରା , ୧୫,୫୫୨ ମାଇ କୁକୁର ସହ ୧୧୨୪ଟି ଛୁଆ...
ନବୀନଙ୍କ ସହ ଆଉ ଲୋକ ନାହାନ୍ତି –ତାରା
ଭୁବନେଶ୍ୱର : ବିଜେପି ଓ ବିଜେଡି ବଡ ବେପାରୀ ଦଳ , ଆମେ ଲୋକଙ୍କ ଦଳ କହିଲେ ତାରା । କଂଗ୍ରେସ ପ୍ରାର୍ଥୀ ଆଦିବାସୀ , ସେଠି...
ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର
ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...