ନୂଆଦିଲ୍ଲୀ : ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଘନୀଭୂତ ହେଉଛି ଗଭୀର ଅବପାତ । ଆଗାମୀ ୧୨ ଘଣ୍ଟାରେ ଏହା ବାତ୍ୟା ରୂପ ନେବ । ତାହାର ପ୍ରଭାବ ପଡିବା ଆରମ୍ଭ ହେଲାଣି । ଗଭୀର ଅବପାତ ପ୍ରଭାବରେ ତାମିଲନାଡୁର ଚେନ୍ନାଇ, ଚେଙ୍ଗଲପେଟ, ତିରୁବଲ୍ଲୁର,କୁଡ୍ଡାଲୋର, ନାଗା ପଟିନମରେ ପ୍ରବଳ ବର୍ଷା ଜାରି ରହିଛି । ପ୍ରବଳ ବର୍ଷା ପାଇଁ ତାମିଲନାଡୁର ୩ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଚେନ୍ନାଇ ସମେତ ଅନେକ ଜିଲ୍ଲାରେ ସ୍କୁଲ-କଲେଜ ଛୁଟି ଘୋଷଣା କରାଯାଇଛି । ବର୍ଷା ଯୋଗୁଁ ଚେନ୍ନାଇରୁ ୭ଟି ବିମାନ ବିଳମ୍ବରେ ଉଡାଣ ଭରିଛି । ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଶ୍ରୀଲଙ୍କା, ତାମିଲନାଡୁ ଉପକୂଳରେ ଘଣ୍ଟାପ୍ରତି ୬୫ କିମି ବେଗରେ ପବନ ବହିପାରେ । ଯାହା ଆଗକୁ ବଢି ଘଣ୍ଟା ପ୍ରତି ୭୫ କିଲୋମିଟର ପର୍ୟ୍ୟନ୍ତ ରହିପାରେ । ସେହିଭଳି ବାତ୍ୟା ଆଶଙ୍କା ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ କେ ଷ୍ଟାଲିନଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଛି । ତିରୁବଲ୍ଲୁର,ନାଗାପାଟ୍ଟିନମ, ମାୟିଲାଦୁ-ଥୁରାଇ ଓ କୁଡ୍ଡାଲୋର ଜିଲ୍ଲାରେ ଏନଡିଆରଏଫ ଟିମ୍ ମୁତୟନ ହୋଇଛନ୍ତି । ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ସମୁଦ୍ର ଅଶାନ୍ତ ହୋଇଉଠିଛି । ତେଣୁ ୨୯ ତାରିଖ ପର୍ୟ୍ୟନ୍ତ ସମୁଦ୍ରକୁ ଯିବାକୁ ବାରଣ କରିଛି ପାଣିପାଗ ବିଭାଗ । ସମୁଦ୍ରରେ ଥିବା ମତ୍ସଜୀବୀଙ୍କୁ ଶୀଘ୍ର ଫେରି ଆସିବାକୁ କୁହାଯାଇଛି ।
ସମ୍ଭାବ୍ୟ ବାତ୍ୟା ଫଳରେ ତାମିଲନାଡୁରେ ପ୍ରବଳ ବର୍ଷା ଜାରି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











