The Ultimate Managed Hosting Platform
ADVERTISEMENT

ସରିଲା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

Facebook
Twitter
LinkedIn

ପୁରୀ: ସରିଲା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଦୀର୍ଘ ଚାରିଘଣ୍ଟାରୁ ଉର୍ଦ୍ଧ୍ବ ସମୟ ଏହି ବୈଠକ ଚାଲିଥିବାବେଳେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି ଜ୍ଝ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ମୁତାବକ ମହିଳା, ଛୋଟ ଶିଶୁ, ବୃଦ୍ଧବୃଦ୍ଧାଙ୍କ ପାଇଁ ସ୍ୱତନ୍ତ୍ର ଧାଡି ବ୍ୟବସ୍ଥା କରାଯାଇଛି । ନାଟମଣ୍ଡପକୁ ଶୀତତାପ ନିୟନ୍ତ୍ରିତ କରାଯିବ। ନୀତି ଶୃଙ୍ଖଳିତ ହେବା ଉପରେ ଆଲୋଚନା। ନିୟମିତ ହେବ ନୀତି ସବକମିଟି ବୈଠକ। ପ୍ରତ୍ୟେକ ମାସରେ ଅନୁଷ୍ଠିତ ହେବ ନୀତି ସବକମିଟି ବୈଠକ। ଦିବ୍ୟାଙ୍ଗମାନଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ହେବ । ଶ୍ରୀମନ୍ଦିର ପାଇଁ ସ୍ୱତନ୍ତ୍ର ଏଫଏମ୍ ଚ୍ୟାନେଲ ହେବ। ସେହିପରି ବୈଠକରେ ସେବାୟତ କଲ୍ୟାଣ ଉପରେ ଆଲୋଚନା ହୋଇଥିବାବେଳେ ସେବକଙ୍କ ପରିବାର ପିଲାଙ୍କ ପାଇଁ ବୃତ୍ତି ବ୍ୟବସ୍ଥା କରାଯିବ ଜ୍ଝ ଶ୍ରୀମନ୍ଦିର ବଜେଟ୍ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ୪୧୩ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଥିବାବେଳେ ୧୦୩ କୋଟି ଟଙ୍କାର ବଳକା ବଜେଟ୍ ରହିଛି । ସେହିପରି ରାଜ୍ୟ ସରକାର ୫୦୦ କୋଟି ଟଙ୍କାର କର୍ପସ ଫଣ୍ଡ ବ୍ୟବସ୍ଥା କରିଥିବାବେଳେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଉପରେ ଆଲୋଚନା କରାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login