ଢେଙ୍କାନାଳ : ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ରେଡ । ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ । ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀ । ସରକାରୀ ବାସଭବନ ସହ ପୈତୃକ ଘରେ ଚାଲିଛି ରେଡ । ତା ସହିତ ଭବାନୀପାଟଣାର ଧର୍ମଗଡ ଓ ଜୁନାଗଡ଼ରେ ଥିବା ଦୁଇ ଝିଅଙ୍କ ଘରେ ବି ଚାଲିଛି ରେଡ୍। ଢେଙ୍କାନାଳ ସମେତ, ଅନୁଗୁଳ, କଟକ ଓ ଭବାନୀପାଟଣା ମଧ୍ୟ ଚଢ଼ାଉ କରୁଛି ଭିଜିଲାନ୍ସ ଟିମ୍ । ଏପଟେ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀଙ୍କ ଡାକ୍ତର ଜ୍ବାଇଁଙ୍କ ଘରେ ଭିଜିଲାନ୍ସ ଟିମର ଛାନଭିନ । କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଡାକ୍ତରଖାନାରେ କାର୍ୟ୍ୟରତ ସ୍ତ୍ରୀ ଓ ପ୍ରସୂତି ବିଭାଗର ଡାକ୍ତର ତପନ କୁମାର ତ୍ରିପାଠୀ । ରେଡ ବେଳେ ନଗଦ ୨୨ ଲକ୍ଷ ଟଙ୍କା ଜବତ ହୋଇଛି । ଆୟର ଉତ୍ସ ନେଇ ଡ. ତପନଙ୍କୁ ପଚରାଉଚରା ଚାଲିଛି।
Views: 23