The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ସାନ ଭାଇକୁ ମାରି ଥାନାରେ ଆତ୍ମ ସମର୍ପଣ

Facebook
Twitter
LinkedIn

ଭବାନୀପାଟଣା : ଭାଇ ସାଜିଲା ବଇରୀ । ସାନ ଭାଇକୁ ହତ୍ୟା କଲା ବଡ ଭାଇ । ପାରିବାରିକ କଳହରୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ହତ୍ୟା । । ଟାଉନ ଥାନା ବାହାଦୁର ବଗିଚାପଡାରେ ହତ୍ୟାକାଣ୍ଡ । ହତ୍ୟା ପରେ ଟାଉନ ଥାନାରେ ବଡ ଭାଇର ଆତ୍ମସମର୍ପଣ । ଅଭିଯୋଗ ଅନୁୟାୟୀ, ଗତକାଲି ବିଳମ୍ବିତ ରାତିରେ ସାନ ଭାଇ ଗଣେଶ ବାଗ ଓ ବଡ଼ ଭାଇ ମହେନ୍ଦ୍ର ବାଗଙ୍କ ମଧ୍ୟରେ କୌଣସି କାରଣକୁ ନେଇ ଗଣ୍ଡଗୋଳ ହୋଇଥିଲା। ଏଥିରେ ଉତ୍ୟକ୍ତ ହୋଇ ମହେନ୍ଦ୍ର ଏକ ପେଚକଚ ସାହାଯ୍ୟରେ ଗଣେଶଙ୍କ ଛାତି ଓ ପେଟକୁ ବାରମ୍ବାର ଆକ୍ରମଣ କରିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ପରିବାର ଲୋକେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ଏହି ଜଘନ୍ୟ କାଣ୍ଡ ଘଟାଇବା ପରେ ବଡ଼ଭାଇ ମହେନ୍ଦ୍ର ନିଜେ ଟାଉନ ଥାନାକୁ ଯାଇ ଆତ୍ମସମର୍ପଣ କରିଥିଲେ। ଟାଉନ ଥାନା ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...

ADVERTISEMENT
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...

Login