ଭୁବନେଶ୍ୱର : ଆଜି ବସ୍ ଚଳାଚଳ ଠପ୍ । ସାରା ରାଜ୍ୟରେ ଗଡୁନି ଘରୋଇ ବସ । ଆନେ୍ଦାଳନରେ ଅଟଳ ରହିଲା ଘରୋଇ ବସ ମାଲିକ ସଂଘ । ସରକାରଙ୍କ ଠାରୁ ଲିଖିତ ପ୍ରତିଶ୍ରୁତି ନ ମିଳିବାରୁ ଆନେ୍ଦାଳନ । ଲକ୍ଷ୍ମୀ ବସ ଚଳାଚଳକୁ ବିରୋଧ କରି ଆନେ୍ଦାଳନ । ଆଜିଠୁ ଅନିର୍ଦ୍ଦିଷ୍ଟକାଳ ପାଇଁ ରାଜ୍ୟରେ ଘରୋଇ ବସ ସେବା ବନ୍ଦ ରହିବ। ଫଳରେ ପୂଜା ସମୟରେ ଯାତ୍ରୀମାନେ ନିଜ ନିଜ ଗନ୍ତବ୍ୟସ୍ଥଳକୁ ଯାଇନପାରି ହନ୍ତସନ୍ତ ହେଉଛନ୍ତି। ରାଜ୍ୟରେ ପ୍ରାୟ ୧୪ ହଜାର ଘରୋଇ ବସ୍ ଚଳାଚଳ ବନ୍ଦ ରହିଛି।ସରକାର ଲିଖିତ ପ୍ରତିଶ୍ରୁତି ନଦେବାରୁ ଧର୍ମଘଟ ପାଇଁ ନିଷ୍ପତ୍ତି ନେଇଥିବା କହିଛନ୍ତି ଘରୋଇ ବସ ମାଲିକ ସଂଘ ସଂପାଦକ ଦେବେନ୍ଦ୍ର ସାହୁ। ପୂଜା ସମୟରେ ଯାତ୍ରୀଙ୍କୁ ହାଇରାଣ କରିବା ଉଦ୍ଦେଶ୍ୟ ନୁହେଁ। ଅନିଚ୍ଛା ସତ୍ତ୍ବେ ବାଧ୍ୟ ହୋଇ ଧର୍ମଘଟକୁ ଓହ୍ଲାଉଥିବା ସେ କହିଛନ୍ତି। ଧର୍ମଘଟକୁ ଓହ୍ଲାଉଥିବାରୁ ଯାତ୍ରୀଙ୍କ ପାଖରେ କ୍ଷମାପ୍ରାର୍ଥନା କରିଛି ଘରୋଇ ବସ ମାଲିକ ସଂଘ। ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ ଯୋଜନାକୁ ବିରୋଧ କରି ଧର୍ମଘଟକୁ ଓହ୍ଲାଇଛି ସଂଘ।ଆଜି ଠାରୁ ଅନିର୍ଦ୍ଦିଷ୍ଟକାଳ ପାଇଁ ରାଜ୍ୟରେ ଘରୋଇ ବସ ସେବା ବନ୍ଦ ରହିବ।
ସାରା ରାଜ୍ୟରେ ଗଡୁନି ଘରୋଇ ବସ

Facebook
Twitter
LinkedIn
Facebook
Twitter
LinkedIn
Recent News
ଓଡିଶାରେ କଂଗ୍ରେସର ସ୍ଥାନ ନାହିଁ –ମନମୋହନ
ଭୁବନେଶ୍ୱର : କଂଗ୍ରେସକୁ ତୀବ୍ର ସମାଲୋଚନା କଲେ ମନମୋହନ ସାମଲ । ଓଡିଶାରେ କଂଗ୍ରେସର କୈାଣସି ସ୍ଥାନ ନାହିଁ କହିଲେ ମନମୋହନ । ସୁଯୋଗ ମିଳିଲେ ବି...
ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ
ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...
ରାହୁଲ ଅବାନ୍ତର କଥା କହୁଛନ୍ତି -ଆଇନମନ୍ତ୍ରୀ
ଭୁବନେଶ୍ୱର : ରାହୁଲଗାନ୍ଧୀ ଅବାନ୍ତର କଥା କହୁଛନ୍ତି କହିଲେ ଆଇନମନ୍ତ୍ରୀ । ବଳଭଦ୍ରଙ୍କ ରଥ ମୋଡ ନେବା କାରଣରୁ ରଥ ଟଣା ବିଳମ୍ବ ହେଲା । ଅଦାନୀଙ୍କ...
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ
ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...