The Ultimate Managed Hosting Platform
ADVERTISEMENT

ସିକ୍କିମରେ ବିଜେପି ନେତ୍ରୀ ନିଖୋଜ

Facebook
Twitter
LinkedIn

ଭୁବନେଶ୍ୱର ; ସିକ୍କିମ ଦୁର୍ଘଟଣାରେ ବିଜେପି ନେତ୍ରୀ ନିଖୋଜ । ଯାଜପୁର ରୋଡ ଅଞ୍ଚଳର ବିଜେପି ନେତ୍ରୀ ଇତିଶ୍ରୀ ଜେନା ନିଖୋଜ । ପରିବାର ସହ ବୁଲିବାକୁ ଯାଇଥିବା ବେଳେ ଦୁର୍ଘଟଣାରେ ନିଖୋଜ । ସିକ୍କିମ ତିସ୍ତା ନଦୀରେ ଗାଡି ଦୁର୍ଘଟଣା ହେବାରୁ ନିଖୋଜ । ନିଖୋଜ ନେଇ ସୂଚନା ଦେଲେ ଇତିଶ୍ରୀଙ୍କ ପୁତୁରା । ସିକ୍କିମର ତିସ୍ତା ନଦୀରେ ଏକ ଟୁରିଷ୍ଟ ବସ୍ ତିସ୍ତା ନଦୀକୁ ଖସିପଡିଛି । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଯାତ୍ରୀ ନିଖୋଜ ରହିଛନ୍ତି । ବସଟି ୧୦୦୦ ଫୁଟ ତଳକୁ ଖସିପଡିଥିବା ଜଣାପଡିଛି । ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।
ଖବର ମୁତାବକ, ଗୁରୁବାର ରାତିରେ ସିକ୍କିମର ଏକ ପାହାଡ଼ି ରାସ୍ତାରୁ ଏକ ପର୍ୟ୍ୟଟକ ଗାଡ଼ି ୧୦୦୦ ଫୁଟ ତଳକୁ ଖସିପଡ଼ିବାରୁ ୯ ଜଣ ନିଖୋଜ ଅଛନ୍ତି । ଦୁଇ ଜଣଙ୍କୁ ଉଦ୍ଧାର କରାଯାଇଛି । ସନ୍ଧ୍ୟା ୮ଟା ମଧ୍ୟରେ ଉତ୍ତର ସିକ୍କିମର ଚୁଙ୍ଗଥାଙ୍ଗ ଏବଂ ମୁନସିଥାଙ୍ଗ ମଧ୍ୟରେ ଏହି ଦୁର୍ଘଟଣା ଘଟିଛି । ଏହି ବସରେ ଓଡ଼ିଶାର ଅନେକ ଯାତ୍ରୀ ଥିବାର ସୂଚନା ମିଳିବା ପରେ ମୁଖ୍ୟମନ୍ତ୍ରୀ ସିକ୍କିମ ସରକାରଙ୍କ ସହ ଆଲୋଚନା କରିଛନ୍ତି । ଓଡ଼ିଶାର ଦୁର୍ଘଟଣାଗସ୍ତ ଯାତ୍ରୀ ମାନଙ୍କର ଉଦ୍ଧାର, ଚିକିତ୍ସା ଓ ଓଡ଼ିଶାକୁ ଆଣିବା ନେଇ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login