ଭୁବନେଶ୍ୱର : ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ ଖବର । ସୁଭଦ୍ରା ଯୋଜନା ସଂକ୍ରାନ୍ତରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଲେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଆସନ୍ତା ମାର୍ଚ୍ଚ ୭ ତାରିଖରେ ସୁଭଦ୍ରା ପ୍ରଥମ କିସ୍ତିରେ ଶେଷ ପର୍ୟ୍ୟାୟ ଟଙ୍କା ଲୋକଙ୍କ ଆକାଉଣ୍ଟକୁ ଆସିବ । ଆଉ ମାର୍ଚ୍ଚ ୮ ତାରିଖରୁ ଦ୍ୱିତୀୟ କିସ୍ତି ଟଙ୍କା ମିଳିବ । ତେବେ ୨ ଲକ୍ଷ ୬୭ ହଜାର ଅଯୋଗ୍ୟଙ୍କ ଭିତରୁ ଯେଉଁମାନଙ୍କର ଭୁଲ୍ ହେଇଥିଲା, ସେମାନଙ୍କର ରିଭ୍ୟୁ ଚାଲିଛି । ୨୨ ପ୍ରତିଶତ କାମ ସମାଧାନ ହେଇସାରିଛି , ଏବେ କେବଳ ଭେରିଫିକେସନ୍ ପରେ ସେମାନେ ଟଙ୍କା ପାଇବେ ବୋଲି ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି । ତେବେ ସୁଭଦ୍ରା ଯୋଜନା ପାଇଁ ବ୍ୟାଙ୍କ ସମ୍ମୁଖରେ ବର୍ତ୍ତମାନ ପ୍ରବଳ ଭିଡ ରହୁଛି । ତେବେ ବ୍ୟାଙ୍କରେ ଅଯଥା ଭିଡ ନକରିବାକୁ କହିଛନ୍ତି ଉପ-ମୁଖ୍ୟମନ୍ତ୍ରୀ । ହିତାଧିକାରୀମାନେ ବ୍ୟସ୍ତ ହୁଅନ୍ତୁ ନାହିଁ । ଯାହାର ଆଧାର କାର୍ଡ ସହ ରାସନ୍ କାର୍ଡ ମ୍ୟାଚ୍ ନାହିଁ, ସେମାନେ ବ୍ୟାଙ୍କରେ ଆଧାର ଲିଙ୍କ କଲେ ସେମାନଙ୍କୁ ସୁଭଦ୍ରା ଟଙ୍କା ମିଳିବ ବୋଲି ସୂଚନା ଦେଇଛନ୍ତି ପ୍ରଭାତୀ ପରିଡା । ଅନ୍ୟପଟେ ବଣ୍ଡା ଘାଟିରେ ସୁଭଦ୍ରା ଯୋଜନାରୁ ବଞ୍ଚିତ ମହିଳାଙ୍କ ପାଖକୁ ବିଭାଗୀୟ ଅଧିକାରୀ ଯାଇ, ସେମାନଙ୍କୁ ଯୋଜନାରେ ସାମିଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।
ସୁଭଦ୍ରା ଯୋଜନାକୁ ନେଇ ବଡ ଖବର, ମାର୍ଚ୍ଚ ୭ ତାରିଖରେ ମିଳିବ ପ୍ରଥମ କିସ୍ତିର ଶେଷ ପର୍ଯ୍ୟାୟ ଟଙ୍କା

Facebook
Twitter
LinkedIn
Facebook
Twitter
LinkedIn
Recent News
ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ
ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...
ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ
ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...
ଜଙ୍ଗଲରୁ ମାଓ କ୍ୟାମ୍ପ ଠାବ
ନୂଆପଡା : ଜଙ୍ଗଲରୁ ମାଓ କ୍ୟାମ୍ପ ଠାବ । ନୂଆପଡ଼ା ନାରାୟଣ ଡୋଙ୍ଗରୀ ସଂରକ୍ଷିତ ଜଙ୍ଗଲରୁ ଠାବ ହୋଇଛି ମାଓ କ୍ୟାମ୍ପ । ଯବାନଙ୍କୁ ଟାର୍ଗେଟ କରି...
୧୪ ଦେଶକୁ ଟ୍ରମ୍ପଙ୍କ ଟାରିଫ ମାଡ
ନୂଆଦିଲ୍ଲୀ : ୧୪ ଟି ଦେଶ ଉପରେ ନୂଆ ଟାରିଫ ପ୍ଲାନ ଘୋଷଣା । ଅଗଷ୍ଟ ୧ ତାରିଖରୁ ଲାଗୁ ହେବ ନୂଆ ଟାରିଫ ।େ୧୪ ଦେଶକୁ...