ଭୁବନେଶ୍ୱର : ସୁଭଦ୍ରା ଯୋଜନାର ବଡ ଅପଡେଟ । ବଞ୍ଚିତ ହିତାଧିକାରୀଙ୍କୁ ଖୋଜାଯିବ । ଘରକୁ ଘର ଯାଇ ସର୍ଭେ ହେବ କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ମାର୍ଚ୍ଚ ୩୧ ଆବେଦନ ପ୍ରକ୍ରିୟାକୁ ବନ୍ଦ କରି ସର୍ଭେ କରାଯିବ । ସେ ଏହା ମଧ୍ୟ କହିଛନ୍ତି ଯେ ଡୋର ଟୁ ଡୋର ଯାଇ ୱାନ ଟୁ ୱାନ ସର୍ଭେ କରିବେ ଅଧିକାରୀ । ଏବେ ସୁଦ୍ଧା ସୁଭଦ୍ରାରେ କୋଟିଏ ୮ ଲକ୍ଷ ମହିଳା ଆବେଦନ କରିଛନ୍ତି । ସେଥିରୁ ୫ ଟି ପର୍ୟ୍ୟାୟରେ ପ୍ରାୟ କୋଟିଏ ୨୦ ହଜାର ମହିଳାଙ୍କୁ ପ୍ରଥମ କିସ୍ତି ଦିଆଯିବ। ଆସନ୍ତାକାଲି କୋଟିଏ ପାର କରିବ ସୁଭଦ୍ରା ହିତାଧିକାରୀ । ସେହିପରି ଫିଲଡ଼ ଭେରିଫିକେସନ ପରେ ଯାହା ରହିଯିବ ରକ୍ଷା ବନ୍ଧନରେ ଏକସଙ୍ଗେ ୩ଟି କିସ୍ତି ମିଳିବ । ମାର୍ଚ୍ଚ ୩୧ ତାରିଖ ଆବେଦନର ଶେଷ ତାରିଖ । ସର୍ଭେ ସରିବା ଯାଏଁ ଆବେଦନ ପ୍ରକ୍ରିୟାକୁ ବନ୍ଦ କରାଯିବ । ଯେଉଁମାନେ ଯୋଗ୍ୟ ହିତାଧିକାରୀ ସେମାନେ, ଏକାଥରେ ସେମାନେ ସୁଭଦ୍ରାର ତିନୋଟି କିସ୍ତି ପାଇବେ ।
Views: 27