ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଦକ୍ଷିଣପୂର୍ବ ବଙ୍ଗୋପସାଗର ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ କ୍ଷେତ୍ର । ୮ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ପରେ ଘନୀଭୂତ ହୋଇ ୯ରେ ଅବପାତ ରୂପ ନେଇପାରେ । ଏହା ଦକ୍ଷିଣକୁ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରିବା ସମୟରେ ବାତ୍ୟାର ରୂପ ନେବ। ୧୦ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରେ ୮୦ କିଲୋମିଟର ବେଗରେ ପବନ ବହିବ।କିନ୍ତୁ ବାତ୍ୟା କେଉଁଆଡେ ଯିବ ସ୍ପଷ୍ଟ ସୂଚନା ନାହିଁ। ଅଧିକାଂଶ ପାଣିପାଗ ମଡେଲଙ୍କ ଆକଳନ ମିଆଁମାର ମୁହାଁଇବ ବାତ୍ୟା। ଲଘୁଚାପ ପରେ ବାତ୍ୟା ନେଇ ସ୍ପଷ୍ଟତା ଆସିବ।
ତେବେ ବାତ୍ୟା କେଉଁ ଆଡେ ମୁହାଁଇବ କେତେ ତୀବ୍ରତା ରହିବ ତାର ସଠିକ ପୂର୍ବାନୁମାନ ହୋଇନଥିବା କହିଛି ଆଇଏମ୍ଡି । ୮ତାରିଖ ବେଳକୁ ସ୍ପଷ୍ଟ ହେବ ବାତ୍ୟାର ଗତି ଓ ତୀବ୍ରତା।ମେ’ ମାସରେ ବାତ୍ୟା ବାରମ୍ବାର ଆସୁଥିବାରୁ ଓଡ଼ିଶାବାସୀଙ୍କ ମନରେ ଛନକା ପଶିଛି । ମେ ମାସରେ ଆସୁଥିବା ବାତ୍ୟା ଓଡିଶାବାସୀଙ୍କ ମନରେ ଭୟ ଆଣିଛି । ୪ ବର୍ଷ ତଳେ ହୋଇଥିଭା ବାତ୍ୟା ଫନି ର ଭୟ ଏବେ ବି ଲୋକଙ୍କ ମନରୁ ଯାଇନାହିଁ । ତେଣୁ ବାତ୍ୟାର ଗତି ପଥ ନେଇ ସୂଚନା ମିଳି ନ ଥିବା ବେଳେ ଏହାକୁ ନେଇ ଓଡିଶାବାସୀଙ୍କ ମନରେ ଭୟ ଓ ଆଶଙ୍କା ରହିଛି ।
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











