ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତର ପୂର୍ବ ପାଶ୍ୱବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରେ ଲଘୁଚାପ । ୪୮ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବା ସମ୍ଭାବନା । ପରେ ପଶ୍ଚିମବଙ୍ଗ ଉତ୍ତର ଓଡିଶା ଉପକୂଳ ମୁହାଁ ହେବା ସମ୍ଭାବନା । ପ୍ରଭାବରେ ଆଜିଠୁ ବଢିବ ବର୍ଷାର ପରିମାଣ । ୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆଜି ପ୍ରବଳ ବର୍ଷା ପାଇଁ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ୨୧ ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସତର୍କତା ଜାରି କରାଯାଇଛି । ୩୦ ତାରିଖରୁ ବର୍ଷାର ପରିମାଣ ଓ ବିସ୍ତୃତି ବଢ଼ିବ। ଆସନ୍ତା ୪ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ।୧ ଓ ୨ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କିଛି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ।
Views: 89