The Ultimate Managed Hosting Platform
ADVERTISEMENT

ସୃଷ୍ଟି ହେଲା ଲଘୁଚାପ,ପ୍ରବଳ ବର୍ଷିବ

Facebook
Twitter
LinkedIn

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତର-ପଶ୍ଚିମ ପାଶ୍ୱବର୍ତ୍ତୀ ପଶ୍ଚିମ –କେନ୍ଦ୍ରୀୟ ଭାଗରେ ଲଘୁଚାପ । ଦକ୍ଷିଣ ଓଙ୍ଗିଶା ଓ ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳରେ ସୃଷ୍ଟି ହେଲା । ଏଥିସହ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିମି ଯାଏଁ ବ୍ୟାପିଛି । ଆଜି ଭାରୀ ବର୍ଷା ପାଇଁ ୧୬ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ସତର୍କତା ଦେଇଛି ପାଣିପାଗ ବିଭାଗ । ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏଠାରେ ୭୦ରୁ ୨୦୦ ମିମି ଯାଏ ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ୧୧ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୭ ତାରିଖ ପାଇଁ ୯ ଜିଲ୍ଲାକୁ ୟେଲୋ ସତର୍କତା ଜାରି ହୋଇଛି ।ଏହାପରେ ୧୧ ତାରିଖ ବେଳକୁ ପୁଣି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ପରେ ୧୩ରେ ଦାନା ବାନ୍ଧିପାରେ ଲଘୁଚାପ । ସମ୍ଭାବ୍ୟ ଦ୍ବିତୀୟ ଲଘୁଚାପ ଯୋଗୁ ୧୫ ତାରିଖ ଯାଏ ବର୍ଷା ହେବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login