ଭୁବନେଶ୍ୱର : ଲଘୁଚାପର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା । ଦକ୍ଷିଣ ଓଙ୍ଗିଶା , ଉତ୍ତର ଆନ୍ଧ୍ର ଓ ଛତିଶଗଡରେ ପ୍ରବଳ ବର୍ଷା ସମ୍ଭାବନା । ଆଜି ଅତି ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। କଟକ, ଢେଙ୍କାନାଳ, ଅନୁଗୁଳ, ନୟାଗଡ଼, ବୌଦ୍ଧ, ସୋନପୁର, କନ୍ଧମାଳ ଓ ଗଞ୍ଜାମକୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲାଗୁଡ଼ିକରେ ୭ରୁ ୨୦ ସେମି ବର୍ଷାର ଆକଳନ କରିଛି ଆଇଏମଡି। ଆଜି ରେଡ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ମାନଙ୍କରେ ତଳିଆ ଅଞ୍ଚଳରେ ପାଣି ଜମିବା ସହ ଫ୍ଲାସ ଫ୍ଲଡର ଆଶଙ୍କା ରହିଛି। ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ସହ କଚ୍ଚା ଘର କ୍ଷତିଗ୍ରସ୍ତ ହେବା ଆଶଙ୍କା ମଧ୍ୟ ରହିଛି। ପ୍ରବଳ ବର୍ଷା ହେବା ସମୟରେ ଗାଡିଚଳାଚଳ ପାଇଁ ବାରଣ କରାଯାଇଛି। ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ସମ୍ଭାବନା ଥିବା ୭ ଜିଲ୍ଲାକୁ ଦିଆଯାଇଛି ୟେଲୋ ଆଲର୍ଟ । ୧୫ ତାରିଖ ପରେ କମିବ ବର୍ଷା ପରିମାଣ।
ସୃଷ୍ଟି ହେଲା ଲଘୁଚାପ,୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା

Facebook
Twitter
LinkedIn
Facebook
Twitter
LinkedIn
Recent News
ଚନ୍ଦକା ଥାନାରୁ ଅଭିଯୁକ୍ତ ଚମ୍ପଟ
ଭୁବନେଶ୍ୱର : ପୁଣି କମିଶନରେଟ ପୋଲିସର ଢିଲା ସୁରକ୍ଷା ପଦାରେ ପଡିଲା । କନଷ୍ଟେବଳଙ୍କୁ ଧକ୍କା ଦେଇ ମୋବାଇଲ ଚୋରି ଅଭିଯୁକ୍ତ ଥାନାରୁ ଚମ୍ପଟ । ଚନ୍ଦକା...
ଲାଲ ବାହିନୀର ବିସ୍ଫୋରଣ ଯୋଜନା ପଣ୍ଡ
ବିଜାପୁର : ଭୁଶୁଡୁଛି ଲାଲଗଡ । ମିଳିତ ଅପରେସନ ବେଳେ ଛତିଶଗଡ଼ ବିଜାପୁର ଅଞ୍ଚଳରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ । ବଡ ଧରଣର ବିସ୍ପୋରଣ...
ଔଷଧୀୟ ଗୁଣରେ ଭରପୁର ରସୁଣ ; କ୍ୟାନ୍ସର ହେବାର ସମ୍ଭାବନାକୁ କମାଇଥାଏ !
ବ୍ୟୁରୋ : ବିଭିନ୍ନ ଔଷଧୀୟ ଗୁଣରେ ଭରା ରସୁଣ । ଏଥିରେ ପ୍ରୋଟିନ୍, ଭିଟାମିନ୍ ଏ, ବି, ସି , ଭରପୁର ମାତ୍ରାରେ ରହିଥାଏ । ରସୁଣ...
ପୋଲିସ SI ପରୀକ୍ଷା କେଁ ; ଲୁକ ଆଉଟ ସର୍କୁଲାର ଜାରି
ଭୁବନେଶ୍ୱର : ପୋଲିସ ଏସଆଇ ପରୀକ୍ଷା ମହାଘୋଟାଲା । ଜାରି ହେଲା ଲୁକଆଉଟ ସର୍କୁଲାର । ଫେରାର ଅଭିଯୁକ୍ତଙ୍କ ବିରୋଧରେ ଲୁକ ଆଉଟ ସର୍କୁଲାର ଜାରି ।...