ଭୁବନେଶ୍ୱର : ନିଜ ଜନ୍ମ ଦିନରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ । ନରେନ୍ଦ୍ର ମୋଦୀ ନିଜ ଜନ୍ମ ଦିନ ସେପ୍ଟେମ୍ବର ୧୭ ତାରିଖରେ ଓଡ଼ିଶା ଆସିବେ। ସେହି ଦିନ ପ୍ରଧାନମନ୍ତ୍ରୀ ଓଡ଼ିଶାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ଏନେଇ ଆଜି ପୁରୀଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଶାର ମୁଖ୍ୟ ମୋହନ ଚରଣ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ ରକ୍ଷା କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଆସିବେ। ସୂଚନାଯୋଗ୍ୟ, ରାଜ୍ୟରେ କ୍ଷମତାସୀନ ବିଜେପି ସରକାରଙ୍କ ବହୁ ଚର୍ଚ୍ଚିତ ‘ସୁଭଦ୍ରା’ ଯୋଜନା ପାଇଁ ଏସ୍ଓପି ଜାରି ହୋଇଛି। ରାଜ୍ୟ କ୍ୟାବିନେଟ୍ରେ ମଞ୍ଜୁରୀ ମିଳିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ଏ ସଂପର୍କରେ ଘୋଷଣା କରିଛନ୍ତି।
Views: 74











