ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ ।ସକ୍ରିୟ ଲଘୁଚାପ ୨୪ ଘଣ୍ଟା ଭିତରେ ଅବପାତ ସମ୍ଭାବନା । ଲଘୁଚାପ କ୍ଷେତ୍ର ଉତ୍ତର ଆଡକୁ ଗତି କରି ଆହୁରି ଘନୀଭୂତ ହେବ । ଲଘୁଚାପ ପ୍ରଭାବର ରାଜ୍ୟରେ ବର୍ଷା ଲାଗି ରହିଛି । ୩୧ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉତ୍ତରପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।
ଅଧିକାଂଶ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଟକା ପବନ ମଧ୍ୟ ବହିବ । ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ନେଇ ୫ ଜିଲ୍ଲା ଜଗତସିଂହପୁର, ପୁରୀ, କଟକ, ରାୟଗଡ଼ା ଓ କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
Views: 122











