ଭୁବନେଶ୍ୱର : ସମଗ୍ର ଦେଶରେ ଆଜି ହୋଲି ପାଳନ କରାଯାଉଛି । ସାଧାରଣ ଲୋକ ଠାରୁ ଆରମ୍ଭ କରି ଅନ୍ୟ ସମସ୍ତେ ହୋଲି ଖେଳୁଛନ୍ତି । ଏହି ଅବସରରେ ଦେଶବାସୀଙ୍କୁ ହୋଲିର ଶୁଭକାମନା ଦେଇଛନ୍ତି ରାଷ୍ଟ୍ରପତିଙ୍କ ଏବଂ ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋସିଆଲ ମିଡିଆ ଏକ୍ସରେ ଦେଶବାସୀଙ୍କୁ ହୋଲିର ଶୁଭକାମନା ଜଣାଇଛନ୍ତି । ସେ ଲେଖିଛନ୍ତି ଯେ, ‘ରଙ୍ଗର ପର୍ବ ହୋଲିର ପବିତ୍ର ଅବସରରେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା । ଆନନ୍ଦର ଏହି ପର୍ବ ଏକତା, ପ୍ରେମ ଏବଂ ସଦ୍ଭାବନାର ବାର୍ତ୍ତା ଦିଏ । ଏହି ପର୍ବ ଭାରତର ମୂଲ୍ୟବାନ ସାଂସ୍କୃତିକ ଐତିହ୍ୟର ମଧ୍ୟ ପ୍ରତୀକ ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୋଦି ଲେଖିଛନ୍ତି ଯେ, ‘ସମସ୍ତଙ୍କୁ ହୋଲିର ଶୁଭେଚ୍ଛା । ଆନନ୍ଦ ଏବଂ ଖୁସିରେ ପରିପୂର୍ଣ୍ଣ ଏହି ପବିତ୍ର ପର୍ବ ସମସ୍ତଙ୍କ ଜୀବନରେ ନୂତନ ଉତ୍ସାହ ଏବଂ ଶକ୍ତି ସଞ୍ଚାର କରୁ ଏବଂ ଦେଶବାସୀଙ୍କ ମଧ୍ୟରେ ଏକତାର ରଙ୍ଗକୁ ଆହୁରି ଘନିଷ୍ଠ କରୁ, ଏହା ଆମର କାମନା ।’
ହୋଲି ଅବସରରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











