ଭୁବନେଶ୍ୱର : ହୁ୍ୟମାନ ସାଗରଙ୍କ ଅବସ୍ଥା ସଂକଟାପନ୍ନ । ଅଚଳ ହୋଇପଡିଛି ଶରୀରର ଅକାଧିକ ଅଙ୍ଗ । ଲିଭରରେ ସମସ୍ୟା ଥିବା ଯୋଗୁ ବିଗୁଡୁଛି ସ୍ୱାସ୍ଥ୍ୟାବସ୍ଥା । ଆଗାମୀ ୭୨ ଘଣ୍ଟା ହ୍ୟୁମାନଙ୍କ ପାଇଁ ଅତି ଗୁରୁତ୍ୱପୂର୍ଣ୍ଣ । ଦିଲ୍ଲୀ ଏୟାରଲିଫ୍ଟ କରିବାକୁ ଯୋଜନା କରାଯାଉଛି । ଏମ୍ସ ଆଇସିୟୁରେ ଏବେ ଚିକିତ୍ସିତ ହେଉଛନ୍ତି ହ୍ୟୁମାନ ସାଗର । ସେ ଗତ କିଛି ସପ୍ତାହ ହେଲା କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଛି । ଲିଭର୍ ଓ କିଡ୍ନି ସହିତ ହ୍ୟୁମାନ୍ଙ୍କ ବହୁ ଅଙ୍ଗ ପ୍ରଭାବିତ ହୋଇଛି। ସେ ଶ୍ବାସକ୍ରିୟା ଜନିତ ଅସୁବିଧା, ନିମୋନିଆ, ହେପାଟୋପାଥି, ଥ୍ରୋମ୍ବୋସାଇଟୋପେନିଆ ଓ କୋଆଗୁଲୋପାଥିରେ ପୀଡ଼ିତ ଅଛନ୍ତି । ତାଙ୍କୁ ଭେଣ୍ଟିଲେଟର୍ ସହାୟତାରେ ରଖାଯାଇଛି । ଓଡ଼ିଆ ଚଳଚ୍ଚିତ୍ର ଓ ଆଲବମ୍ରେ ବହୁ ରୋମାଣ୍ଟିକ୍ ଗୀତ ଭେଟି ଦେଇଥିବା ହ୍ୟୁମାନ୍ ସାଗର ଘରେ ଘରେ ପରିଚିତ । ହ୍ୟୁମାନ୍ ସାଗରଙ୍କ ସ୍ବାସ୍ଥ୍ୟ ପାଇଁ ପ୍ରାର୍ଥନା କରିଛନ୍ତି ତାଙ୍କ ମାଆ । ଅଧିକ ଚିକିତ୍ସା ଲାଗି ସେ ରାଜ୍ୟ ବାହାରକୁ ନେବା ପାଇଁ ଚିନ୍ତା କରୁଛନ୍ତି ।
ହ୍ୟୁମାନ ସାଗରଙ୍କ ଅବସ୍ଥା ସଂକଟାପନ୍ନ , ଦିଲ୍ଲୀ ଏୟାରଲିଫ୍ଟ କରିବାକୁ ଯୋଜନା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











