ୟୁପି : ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବଡ଼ ଘୋଷଣା । ରାଜ୍ୟର ସ୍କୁଲଗୁଡ଼ିକରେ “ବନ୍ଦେ ମାତରମ୍” ବାଧ୍ୟତାମୂଳକ କରାଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଗୋରଖପୁରରେ ଏକ କାର୍ୟ୍ୟକ୍ରମ ସମୟରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ଯେ, ରାଜ୍ୟର ପ୍ରତ୍ୟେକ ସ୍କୁଲରେ “ବନ୍ଦେ ମାତରମ୍” ବାଧ୍ୟତାମୂଳକ କରାଯିବ । ରାଜ୍ୟର ପ୍ରତ୍ୟେକ ସ୍କୁଲରେ “ବନ୍ଦେ ମାତରମ୍”କୁ ଜାତୀୟ ସଙ୍ଗୀତ ଭାବରେ ବାଧ୍ୟତାମୂଳକ କରାଯିବ । ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ ପାଇଁ ଆଜିଠାରୁ ଏକତା କାର୍ୟ୍ୟକ୍ରମ ଆରମ୍ଭ ହୋଇଛି । ଅକ୍ଟୋବର ୩୧ ତାରିଖକୁ ଜାତୀୟ ସ୍ତରରେ ପାଳନ କରାଯାଇପାରିବ । ମୁଖ୍ୟମନ୍ତ୍ରୀ ଯୋଗୀ କହିଛନ୍ତି ଯେ, ସମଗ୍ର ଦେଶ ଭାରତ ମାତାର ମହାନ ପୁତ୍ର ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ ତମ ଜନ୍ମବାର୍ଷିକୀ ପାଳନ କରୁଛି । ସ୍ୱାଧୀନତା ପରେ ଆମର ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ସମ୍ମାନିତ କରିବା ଅଟଳ ବିହାରୀ ବାଜପେୟୀଙ୍କ ସମୟରେ ସମ୍ଭବ ହୋଇଥିଲା । ଏହି ଘଟଣାଗୁଡ଼ିକ ଜାତୀୟ ଏକତାର ଏକ କାରକ ପାଲଟିଥିଲା । ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ହେବା ପରେ ଅକ୍ଟୋବର ୩୧କୁ ଜାତୀୟ ଏକତା ଦିବସ ଭାବରେ ପାଳନ କରିବା ଆରମ୍ଭ ହୋଇଥିଲା ।
ୟୁପିର ସମସ୍ତ ସ୍କୁଲରେ “ବନ୍ଦେ ମାତରମ୍” ବାଧ୍ୟତାମୂଳକ ; ମୁଖ୍ୟମନ୍ତ୍ରୀ
Facebook
Twitter
LinkedIn
Facebook
Twitter
LinkedIn
Recent News
ଶୀତଦିନେ ଡାଏଟରେ ସାମିଲ କରନ୍ତୁ ଏହି ଜିନିଷ , ହାର୍ଟ ଓ ମସ୍ତଷ୍କ ପାଇଁ ଭଲ
ବ୍ୟୁରୋ : କାଜୁ ବାଦାମର ସ୍ୱାଦ ଏପରି ହୋଇଥାଏ ଯେ ଥରେ ଖାଇବା ଆରମ୍ଭ କରିବା ପରେ ଏହାକୁ ଛାଡିବାକୁ ଇଚ୍ଛା ହୁଏ ନାହିଁ । କିନ୍ତୁ...
ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ
ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...
ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା
ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...
ଗୃହରେ ପାଣ୍ଡିଆନ ତାତି
ଭୁବନେଶ୍ୱର : ମୁଲତବି ଆଲୋଚନା ବେଳେ ପୁଣି ଉଠିଲା ପାଣ୍ଡିଆନ ପ୍ରସଙ୍ଗ । ବିଜେଡି ବିଧାୟକଙ୍କୁ କାଗଜ ବାଘ କହି ତାଚ୍ଛଲ୍ୟ କଲେ ପ୍ରତାପ ଚନ୍ଦ୍ର ନାୟକ...











