ଭୁବନେଶ୍ୱର : ରାଜ୍ୟରେ ୧ ଲକ୍ଷ ୭୭ ହଜାର ୬୮ ଜଣ ମୃତ ହିତାଧିକାରୀ ଚିହ୍ନଟ । ଗୃହରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଉତ୍ତର । ବିଧାୟକ ମାନସ କୁମାର ଦତ୍ତଙ୍କ ପ୍ରଶ୍ନର ଉତ୍ତର ଦେବାକୁ ଯାଇ ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ୩ କୋଟି ୩୬ ଲକ୍ଷ ୩୫ ହଜାର ୯୧୮ ଙ୍କ ମଧ୍ୟରୁ ଆଜିଯାଏଁ ୨ କୋଟି ୬୯ ଲକ୍ଷ ୨୩ ହଜାର ୮୩୦ ହିତାଧିକାରୀଙ୍କ କେୱାଇସି ଯାଞ୍ଚ ସାରିଲାଣି. ଏବେ ବି ୬ ଲକ୍ଷ ୧୯ ହଜାର ୮୩୬ ନୂଆ କାର୍ଡ ପାଇଁ ଆବେଦନ କରି ଅପେକ୍ଷାରେ ଅଛନ୍ତି । ତେବେ ଭୂତ ହିତାଧିକାରୀଙ୍କ ବାବଦରେ ଜଣାପଡିବା ପରେ ପୁରା ତାଲିକାରେ ସଂଶୋଧନ କରାଯିବ । ଭୂତ ହିତାଧିକାରୀଙ୍କ ନାଁକୁ ତାଲିକାରୁ ହଟାଯାଇ ଯେତିକି ସ୍ଥାନ ଖାଲି ହେବ ସେଠାରେ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରାଯିବ । ଏବଂ ସେମାନଙ୍କୁ ଯଥାଶୀଘ୍ର ରାସନ ଯୋଗାଇଦେବାର ବନ୍ଦୋବସ୍ତ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି ।
Views: 36