ନୂଆଦିଲ୍ଲୀ : ଶୀତ ଭିତରେ ଆସୁଛି ବଡ଼ ବର୍ଷା । ଲଘୁଚାପ ଆସୁଥିବାରୁ ଆସନ୍ତା ୧୫ରୁ ବର୍ଷାର ସମ୍ଭାବନା ରହିଛି । ନଭେମ୍ବର ୧୪ ତାରିଖରୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ୧୫ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ସୋଆ ପରିବେଶ ଓ ଜଳବାୟୁ କେନ୍ଦ୍ର ପୂର୍ବାନୁମାନ କରିଛି ।ଆକଳନ ଅନୁସାରେ, ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ପରେ ଦିଗ ବଦଳାଇ ୧୬ ତାରିଖ ସୁଦ୍ଧା ଉତ୍ତର ଦିଗକୁ ମୁହାଁଇପାରେ । ଏହା ପ୍ରଭାବରେ ୧୫ରୁ ଦକ୍ଷିଣ ଓଡ଼ଶାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏହା ଉତ୍ତର ଦିଗକୁ ମୁହାଁଉଥିବାରୁ ଉପକୂଳ ଏବଂ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ୧୬ ତାରିଖ ରାତିରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
Views: 76