ନୂଆଦିଲ୍ଲୀ : ୧୪ ଦିନ ପରେ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ । ଗତ କିଛି ଦିନ ଧରି ଅସୁସ୍ଥ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଡିସେମ୍ବର ୧୨ରେ ତାଙ୍କୁ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ସ୍ୱାସ୍ଥ୍ୟରେ ସୁଧାର ଆସିବା ପରେ ତାଙ୍କୁ ଡିସଚାର୍ଜ କରାଯାଇଛି । ଆଡଭାନୀଙ୍କୁ ଚଳିତ ବର୍ଷ ଅଗଷ୍ଟ ମାସରେ ବି ଆପୋଲୋରେ ଭର୍ତ୍ତି କରାଯାଇଥିଲା । ସେତେବେଳେ ମଧ୍ୟ ସେ ନ୍ୟୁରୋଲୋଜିଷ୍ଟ ଡାକ୍ତର ଭିନିତ୍ ସୁରୀଙ୍କ ତତ୍ତ୍ୱାବଧାନରେ ଥିଲେ । ତାଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଆସିବା ପରେ ତାଙ୍କୁ ଡିସଚାର୍ଜ କରାଯାଇଥିଲା । ଏହାର ଏକ ମାସ ପୂର୍ବରୁ ଜୁନ୍ ୨୬ ତାରିଖ ରାତି ୧୦ଟା ୩୦ରେ ତାଙ୍କୁ ଦିଲ୍ଲୀ ଏମ୍ସର ୟୁରୋଲୋଜି ବିଭାଗରେ ଭର୍ତ୍ତି କରାଯାଇଥିଲା । ଏମ୍ସରେ ଡାକ୍ତର ଅମଲେଶ ସେଠଙ୍କ ତତ୍ତ୍ୱାବଧାନରେ ତାଙ୍କର ଚିକିତ୍ସା ଚାଲିଥିଲା ଏବଂ ପରଦିନ ତାଙ୍କୁ ଡିସଚାର୍ଜ କରାଯାଇଥିଲା । ଚଳିତ ବର୍ଷ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲାଲ କୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନରେ ସମ୍ମାନିତ କରିଥିଲେ ।
୧୪ ଦିନ ପରେ ହସ୍ପିଟାଲରୁ ଡିସଚାର୍ଜ ହେଲେ ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











