ଭୁବନେଶ୍ବର: ଆଜିଠୁ ୧୬ ଯାଏଁ ସ୍କୁଲ ସହ ଅଙ୍ଗନୱାଡି ଛୁଟି । ଆସନ୍ତା ୧୬ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ସ୍କୁଲ ସହିତ ଅଙ୍ଗନବାଡି ମଧ୍ୟ ବନ୍ଦ ରହିବ । ଦଶମ ଶ୍ରେଣୀ ପର୍ୟ୍ୟନ୍ତ ଉଭୟ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରହିବ । ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏଭଳି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ପିଲାଙ୍କ ସ୍ବାସ୍ଥ୍ୟବସ୍ଥାକୁ ନଜରରେ ମୁଖ୍ୟମନ୍ତ୍ରୀ ଏଭଳି ନିଷ୍ପତ୍ତି ନେଇଛନ୍ତି । ଗତକାଲି ଜାପାନ ଗସ୍ତରୁ ଫେରିବା ମାତ୍ରେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସ୍ଥିତି ନେଇ ନବୀନ ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା କରିଥିଲେ । ପଞ୍ଚାୟତିରାଜ ଓ ପାନୀୟ ଜଳ, ଗୃହ ଓ ନଗର ଉନ୍ନୟନ ଏବଂ ଶକ୍ତି ବିଭାଗକୁ ଆଗୁଆ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଯେକୌଣସି ସ୍ଥିତିର ମୁକାବିଲା ସହିତ ପାନୀୟ ଜଳ ଯୋଗାଣ, ଜଳାଭାବ ଦୂର, ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ଉପରେ ସ୍ବତନ୍ତ୍ର ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ନବୀନ ।
Views: 98











