ଭୁବନେଶ୍ବର: ଜାନୁଆରି ୧୭ରୁ ୧୯ ତାରିଖ ମଧ୍ୟରେ ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁରରେ ବର୍ଷା ହେବାକୁ ଥିବା ବେଳେ ପରବର୍ତ୍ତୀ ୨୪ ଘଣ୍ଟାରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ କୋରାପୁଟ, ରାୟଗଡ଼ା, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ। ନ ହେଲେ ରାଜ୍ୟର ସମସ୍ତ ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ବୁଧବାର ସକାଳ ସମୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ା, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ଘନ କୁହୁଡ଼ି ଅନୁଭୂତ ହେବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
Views: 95











