ଭୁବନେଶ୍ୱର : ଓଡ଼ିଶା ବିଧାନସଭାରେ ଆଜିଠାରୁ ଆରମ୍ଭ ହୋଇଛି ବଜେଟ୍ ଅଧିବେଶ । ପ୍ରଥମ ଦିନରେ ରାଜ୍ୟପାଳ ହରିବାବୁ କମ୍ଭମପାଟି ଅଭିଭାଷଣରେ କହିଛନ୍ତି ଯେ, ୫ ବର୍ଷ ମଧ୍ୟରେ ୧.୫ ଲକ୍ଷ ସରକାରୀ ଚାକିରି ପୂରଣ କରାଯିବ । ପ୍ରଥମ ୨ ବର୍ଷରେ ୬୫,୦୦୦ ପଦବୀ ପୂରଣ ହେବ । ୨ ବର୍ଷରେ ବୟନ ଶିଳ୍ପ କ୍ଷେତ୍ରରେ ୫୦,୦୦୦ ନିଯୁକ୍ତି ଦିଆଯିବ । ୨୦୨୪-୨୫ରେ ୨୪ ହଜାରରୁ ଅଧିକ ପଦବୀ ପୂରଣ ହୋଇସାରିଛି । ଆମ କ୍ରୀଡାବିତମାନେ କ୍ରୀଡା କ୍ଷେତ୍ରରେ ଅନେକ ସଫଳତା ଆଣିଛନ୍ତି ବୋଲି ରାଜ୍ୟପାଳ କହିଛନ୍ତି ।
Views: 30