The Ultimate Managed Hosting Platform
ADVERTISEMENT

୨୪ ଘଣ୍ଟାରେ ଲଘୁଚାପ ସମ୍ଭାବନା, ୨୯ରେ ଘୂର୍ଣ୍ଣିବଳୟ

Facebook
Twitter
LinkedIn

ଭୁବନେଶ୍ୱର : ପୁଣି ଲଘୁଚାପ ସମ୍ଭାବନା । ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷିବା ନେଇ ସୂଚନା ମିଳିଛି । ୨୯ରେ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୨୪ ଘଣ୍ଟାରେ ଲଘୁଚାପ ସମ୍ଭାବନା ରହିଛି । ଆସନ୍ତା ୨୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟାରେ ଉତ୍ତର ଆଣ୍ଡାମାନ ସାଗର ପାର୍ଶ୍ବବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପାସାଗର ଅଞ୍ଚଳରେ ଲଘୁଚାପର ସମ୍ଭାବନା ରହିଛି । ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଏହା ଘନୀଭୂତ ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ଆସନ୍ତା ୨୪ ଘଣ୍ଟାରେ ବଜ୍ରପାତ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login