The Ultimate Managed Hosting Platform
ADVERTISEMENT

୨୭ରେ ଗଞ୍ଜାମ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତା ୨୭ ତାରିଖରେ ଗଞ୍ଜାମ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପରିସରରେ ଥିବା ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍ ପଡ଼ିଆରେ ‘ସେବା ପର୍ବ କାର୍ୟ୍ୟକ୍ରମରେ ଯୋଗଦେବେ । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଲୋକସେବା ଭବନଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରୁ ଜଣାପଡିଛି, ପ୍ରଧାନମନ୍ତ୍ରୀ ସେହିଦିନ ପୂର୍ବାହ୍ନ ୧୧ଟାରେ ବ୍ରହ୍ମପୁରଠାରେ ଜାତୀୟ ସ୍ତରୀୟ ‘ସେବା ପର୍ବ’ କାର୍ୟ୍ୟକ୍ରମରେ ଯୋଗଦେଇ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦ୍ଘାଟନ କରିବା ସହ ଅନେକ ନୂତନ କାର୍ୟ୍ୟକ୍ରମ ଦେଶବାସୀଙ୍କ ପାଇଁ ଉତ୍ସର୍ଗ କରିବେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login