The Ultimate Managed Hosting Platform
ADVERTISEMENT

୨୮ ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା !

Facebook
Twitter
LinkedIn

ଭୁବନେଶ୍ୱର : ଲଘୁଚାପ କ୍ଷେତ୍ର ପ୍ରଭାବରେ ୨୮ ତାରିଖ ପ ର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା ସମ୍ଭାବନା । ଆସନ୍ତା ୨୪ ଘଣ୍ଟାରେ ଘନୀଭୂତ ହେବା ନେଇ ପାଣିପାଗ କେନ୍ଦ୍ରର ସୂଚନା । ରାଜ୍ୟର ସବୁ ଜିଲ୍ଲାରେ ଘଡଘଡି ସହ ବର୍ଷା ଓ ୩୦ ରୁ ୪୦ କିମି ପବନ ପୂର୍ବାନୁମାନ । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ବିଶେଷ ପରାମର୍ଶ । ପ୍ରଭାବରେ ୨୫ ତାରିଖ(ସୋମବାର)ଠାରୁ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ। ଜଗତ୍ସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ଏବଂ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ତାହାକୁ ଦୃଷ୍ଟିରେ ରଖି ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହାବ୍ୟତୀତ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକରେ ବିଜୁଳି, ଘଡ଼ଘଡ଼ି ସହ ପବନ ଓ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ପରବର୍ତ୍ତୀ ୨୪ ଘଣ୍ଟାରେ ଗଜପତି ଓ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ବାକି ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login