ସମ୍ୱଲପୁର: ଉପରମୁଣ୍ଡରେ ବର୍ଷା ଯୋଗୁଁ ବଢୁଛି ହୀରାକୁଦ ହଳସ୍ତର । ଆସନ୍ତା ୨୮ ତାରିଖରେ ଖୋଲିବ ହୀରାକୁଦ ଗେଟ୍ । ରବିବାର ହୀରାକୁଦରୁ ନିଷ୍କାସିତ ହେବ ଚଳିତବର୍ଷର ପ୍ରଥମ ବନ୍ୟାଜଳ । ଏନେଇ ହୀରାକୁଦ ବନ୍ଧ ମୁଖ୍ୟ ଯନ୍ତ୍ରୀ ସୂଚନା ଦେଇଛନ୍ତି । ବନ୍ୟାଜଳ ଛଡ଼ାଯିବା ଆଗରୁ ମହାନଦୀ ତଳ ମୁଣ୍ଡରେ ଥିବା
ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କତା ଜାରି କରାଯାଇଛି । ବର୍ତ୍ତମାନ ମହାନଦୀର ଉପରମୁଣ୍ଡ ଛତିଶଗଡ଼ରେ ପ୍ରବଳ ବର୍ଷା ହେଉଛି । ଚଳିତ ବର୍ଷ ପ୍ରଥମ ଥର ପାଇଁ ୧ ଲକ୍ଷ ୭୦ ହଜାର ଘନଫୁଟରୁ ଅଧିକ ବନ୍ୟାଜଳ ପ୍ରବେଶ କରୁଛି । ହୀରାକୁଦର ଜଳଭଣ୍ଡାରର ଜଳସ୍ତର ଏବେ ୬୦୫ ଫୁଟରେ ପହଞ୍ଚିଛି । ଗେଟ୍ ଖୋଲିବା ସମୟରେ ଜଳସ୍ତର ୬୧୫ ଫୁଟ ଥିବ ବୋଲି ସୂଚନା ମିଳିଛି । ୨୮ ତାରିଖରେ କେତୋଟି ଗେଟ୍ ଖୋଲାଯିବ ସେନେଇ ପରେ ନିଷ୍ପତ୍ତି ନିଆଯିବ ।
Views: 66