ଭୁବନେଶ୍ୱର : ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି । ୩ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଲା । ଏହା ଜୁଲାଇ ପହିଲା ୨୦୨୫ରୁ ପିଛିଲା ଭାବରେ ଲାଗୁ ହେବ । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ । ଏହା ସହିତ ପେନ୍ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି । ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ ।
Views: 35