ଭୁବନେଶ୍ୱର : ରାଜ୍ୟରେ ୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଚାଉଳ ନିଆଯାଉଥିଲା। ବିଧାନସଭାରେ ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତର ରଖିଛନ୍ତି ।ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ଏକ ପ୍ରଶ୍ନର ଉତ୍ତରରେ ବିଭାଗୀୟ ମନ୍ତ୍ରୀ ଏଭଳି ଉତ୍ତର ଦେଇଛନ୍ତି। ରାଜ୍ୟରେ ୩ ଲକ୍ଷ ୨୮ ହଜାର ୯୩୨ ଜଣ ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଚାଉଳ ନିଆଯାଉଥିଲା ବୋଲି ମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି। କେନ୍ଦୁଝରରେ ସର୍ବାଧିକ ୩୫ ହଜାର ୫୫୦ଜଣ ମୃତ ବ୍ୟକ୍ତି ରାସନ କାର୍ଡ ହାତେଇଥିଲେ । ସେହିପରି ଗଞ୍ଜାମରେ ୨୫ ହଜାର ୭୮୯, ମୟୂରଭଞ୍ଜରେ ୨୩ହଜାର ୭୯୯, ରାୟଗଡାରେ ୨୨ ହଜାର ୪୧୧ଜଣ ମୃତ ବ୍ୟକ୍ତି ରାସନ ଚାଉଳ ଉଠାଉଥିବା ମନ୍ତ୍ରୀ କହିଛନ୍ତି ।
Views: 22