ଉତ୍ତରାଖଣ୍ଡ: ଏବେବି ଟନେଲରେ ଫସି ରହିଛନ୍ତି ଶ୍ରମିକ । ୪ ଦିନ ପରେ ବି ଟନେଲରୁ ଉଦ୍ଧାର ହୋଇପାରିନାହାନ୍ତି ଶ୍ରମିକ। ଆଜି ପଞ୍ଚମ ଦିନରେ ଚାଲିଛି ରେସ୍କ୍ୟୁ ଅପରେସନ । ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ଟନେଲ ଭିତରେ ଫସି ରହିଥିବା ୪୦ ଜଣ ଶ୍ରମିକଙ୍କୁ ଉଦ୍ଧାର କରିବା ପାଇଁ ପ୍ରୟାସ ଜାରି ରହିଛି । ଭୂସ୍ଖଳନ ଯୋଗୁଁ ଶ୍ରମିକମାନଙ୍କୁ ଉଦ୍ଧାର କରିବା ସମ୍ଭବ ହେଉନାହିଁ । ଗତକାଲି ଷ୍ଟିଲ ପାଇପ ମାଧ୍ୟମରେ ଶ୍ରମିକଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ କରାଯାଇଥିଲା । ମାତ୍ର ତାହା ସଫଳ ହୋଇପାରିନାହିଁ । ଶ୍ରମିକଙ୍କ ସୁରକ୍ଷିତ ଉଦ୍ଧାର ପାଇଁ ବିଦେଶୀ ବିଶେଷଜ୍ଞଙ୍କ ସହାୟତା ଲୋଡ଼ାଯାଇଛି।
ଥାଇଲାଣ୍ଡ୍ ଓ ନରଓ୍ବେର ବିଶେଷଜ୍ଞମାନଙ୍କ ସହାୟତା ମଗାଯାଇଛି। ଉଦ୍ଧାରକାରୀ ଦଳର କହିବା ଅନୁସାରେ ୬୦ ମିଟର ଧୂଳିମାଟି ଭିତରୁ ଏ ପର୍ୟ୍ୟନ୍ତ ୨୦ ମିଟର ସଫା କରାଯାଇପାରିଛି। ଆଜି ଫସି ରହିଥିବା ଶ୍ରମିକମାନଙ୍କୁ ଉଦ୍ଧାର କରାଯିବ ବୋଲି ଆଶା ପ୍ରକାଶ କରାଯାଉଛି। ନୂଆ ଡ୍ରିଲିଂ ମେସିନ୍ ଲଗାଇବା ପାଇଁ ପ୍ଲାଟଫର୍ମ ଲେଭେଲିଂ କାମ ଚାଲିଛି। ପାଇପକୁ ଆବର୍ଜନା ଭିତରକୁ ଠେଲି ଶ୍ରମିକମାନଙ୍କୁ ଉଦ୍ଧାର କରିବା ପାଇଁ ଏକ ପ୍ଲାଟଫର୍ମ ପ୍ରସ୍ତୁତ କରାଯାଉଛି ।
୪ ଦିନ ପରେ ବି ଟନେଲରୁ ଉଦ୍ଧାର ହୋଇପାରିଲେନି ଶ୍ରମିକ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











