ଭୁବନେଶ୍ୱର : ଆସୁଛି ଦୁଇ ଦୁଇଟି ଲଘୁଚାପ । ୪ ପର୍ଯ୍ୟନ୍ତ ପ୍ରବଳ ବର୍ଷା । ସାରା ରାଜ୍ୟରେ ବର୍ଷା ନେଇ ସତର୍କ ସୂଚନା ଜାରି । ଅଧିକ ବର୍ଷା ନେଇ ବହୁ ଜିଲ୍ଲାକୁ ଅରେଞ୍ଜ, ୟେଲୋ ୱାର୍ଣ୍ଣିଂ । ପୂର୍ବ ଓ ପଶ୍ଚିମ ଭାଗରେ ପୁଣି ଲଘୁଚାପ ସମ୍ଭାବନା । ସୌରାଷ୍ଟ୍ର ଏବଂ କଚ୍ଛର ଦକ୍ଷିଣ ଭାଗ ଏବଂ ପାର୍ଶ୍ବବର୍ତ୍ତୀ ଉତ୍ତରପୂର୍ବ ଆରବ ସାଗର ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି , ଯାହା ଫଳରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ସେହିପରି ଦେଶର ପୂର୍ବ ଭାଗରେ ଉତ୍ତର-ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ବାଂଲାଦେଶ ଏବଂ ପଶ୍ଚିମବଙ୍ଗ ଉପକୂଳସ୍ଥ ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବାବେଳେ, ଏହାର ପ୍ରଭାବରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏହାର ପ୍ରଭାବରେ ଆସନ୍ତା ୪ ତାରିଖ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ।
Views: 10