ଭୁବନେଶ୍ୱର: ରାଜ୍ୟରେ ୪ର୍ଥ ତଥା ଶେଷ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି । ୬ ଲୋକସଭା ଆସନରେ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ । ଜୁନ ୧ରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ମତଦାନ । ରାଜ୍ୟର ୬ ଲୋକସଭା ଆସନ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଭୋଟ୍ ଗ୍ରହଣ ହେବ । ଏହା ଅଧୀନରେ ଥିବା ସମସ୍ତ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଜୁନ୍ ୧ ତାରିଖରେ ମତଦାନ ହେବ ।ବିଜ୍ଞପ୍ତି ପ୍ରକାଶ ସହ ଆଜିଠୁ ନାମାଙ୍କନ ଦାଖଲ ଆରମ୍ଭ ହେବ । ଆସନ୍ତା ୧୪ ତାରିଖ ପର୍ୟ୍ୟନ୍ତ ନାମାଙ୍କନ ଦାଖଲ ହୋଇପାରିବ । ୧୫ ତାରିଖରେ ନାମାଙ୍କନ ଯାଞ୍ଚ ଓ ୧୭ ତାରିଖରେ ନାମାଙ୍କନ ପ୍ରତ୍ୟାହାର କରାଯାଇପାରିବ ।
Views: 97