ଭୁବନେଶ୍ୱର : ପଶ୍ଚିମରେ ତାତି , ଉପକୂଳ ଓ ଆଭ୍ୟନ୍ତରରେ ପ୍ରଚଣ୍ଡ ଗୁଳୁଗୁଳି । ଦିନ ସାଢେ ୨ଟାସୁଦ୍ଧା ୪୩ ଡିଗ୍ରୀ ଛୁଇଁଲା ସମ୍ବଲପୁର । ହୀରାକୁଦ ୪୧.୮, ଝାରସୁଗୁଡା ୪୧.୬ , ଭୁବନେଶ୍ୱର ୩୭.୮ ଡିଗ୍ରୀ ।
ପଶ୍ଚିମ ଓଡ଼ିଶାରେ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବା ସମ୍ଭାବନା ନଥିବା ବେଳେ ବିଭିନ୍ନ ସ୍ଥାନରେ ୪୨ ଡିଗ୍ରୀ କିମ୍ବା ତା ଠାରୁ ଅଧିକ ତାପମାତ୍ରା ରହିବା ସମ୍ଭାବନା ରହିଛି। ସେପଟେ ଦକ୍ଷିଣ ଆଣ୍ଡାମାନ ସାଗର, ଦକ୍ଷିଣ ବଙ୍ଗୋପସାଗର ଏବଂ ନିକୋବର ଦ୍ବିପପୁଞ୍ଜରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ପାଗ ଅନୁକୁଳ ରହିଛି।
ଆସନ୍ତା ୩ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା। ଉପକୂଳ, ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ବିଜୁଳି ଘଡଘଡି ସହ ବର୍ଷା ପବନ ଜାରି ରହିବ। ତେଲେଙ୍ଗାନା ଏବଂ ଏହାର ଆଖପାଖରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଆଉ ଏକ ଘୂର୍ଣ୍ଣିବଳୟ ଦକ୍ଷିଣ-ପୂର୍ବ ଗାଙ୍ଗେୟ ଉପତ୍ୟକା ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଛି । ଯାହାର ପ୍ରଭାବରେ ରାଜ୍ୟରେ ଖରାବର୍ଷାର ଲୁଚକାଳି ଖେଳ ଜାରି ରହିଛି ।
୪୩ ଛୁଇଁଲା ସମ୍ବଲପୁର

Facebook
Twitter
LinkedIn
Facebook
Twitter
LinkedIn
Recent News
ଓଡିଶାରେ କଂଗ୍ରେସର ସ୍ଥାନ ନାହିଁ –ମନମୋହନ
ଭୁବନେଶ୍ୱର : କଂଗ୍ରେସକୁ ତୀବ୍ର ସମାଲୋଚନା କଲେ ମନମୋହନ ସାମଲ । ଓଡିଶାରେ କଂଗ୍ରେସର କୈାଣସି ସ୍ଥାନ ନାହିଁ କହିଲେ ମନମୋହନ । ସୁଯୋଗ ମିଳିଲେ ବି...
ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ
ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...
ରାହୁଲ ଅବାନ୍ତର କଥା କହୁଛନ୍ତି -ଆଇନମନ୍ତ୍ରୀ
ଭୁବନେଶ୍ୱର : ରାହୁଲଗାନ୍ଧୀ ଅବାନ୍ତର କଥା କହୁଛନ୍ତି କହିଲେ ଆଇନମନ୍ତ୍ରୀ । ବଳଭଦ୍ରଙ୍କ ରଥ ମୋଡ ନେବା କାରଣରୁ ରଥ ଟଣା ବିଳମ୍ବ ହେଲା । ଅଦାନୀଙ୍କ...
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ
ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...