ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ । ୨୭ ତାରିଖ ଯାଏଁ ବର୍ଷିବ । ପରବର୍ତ୍ତୀ ୪୮ ଘଣ୍ଟାରେ ଘନିଭୂତ ହୋଇ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ନେଇ ଏସଆରସିଙ୍କ ସତର୍କ ସୂଚନା । ଏହା ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ ରୂପ ନେବ । ପ୍ରଭାବରେ ଆସନ୍ତା ୩ ଦିନ ପର୍ୟ୍ୟନ୍ତ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୮ ଜିଲ୍ଲା ଅନୁଗୁଳ, ଢେଙ୍କାନାଳ,କେନ୍ଦୁଝର, ମୟୂରଭଞ୍ଜ, କଟକ, ଯାଜପୁର, କେନ୍ଦ୍ରାପଡା ଏବଂ ଜଗତସିଂହପୁରକୁ ସତର୍କତା ଜାରି କରାଯାଇଛି । ଏହିସବୁ ଜିଲ୍ଲାରେ ୭୦ରୁ ୨ଶହ ମିଲିମିଟର ଯାଏଁ ବର୍ଷାହେବ । ପ୍ରବଳ ବର୍ଷା ନେଇ ୧୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କେନ୍ଦୁଝର ଏବଂ ମୟୂରଭଞ୍ଜକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ୨୭ ଏବଂ ୨୮ ତାରିଖରେ ବର୍ଷା କମିବା ସହ ୨୯ ତାରିଖରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ଅଗଷ୍ଟ ୩୧ ରୁ ସେପ୍ଟେମ୍ବର ୩ ତାରିଖ ପର୍ୟ୍ୟନ୍ତ ପୁଣି ନିର୍ଧୁମ ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ସେପଟେ ଜୁନ ୧ ରୁ ଆଜି ପର୍ୟ୍ୟନ୍ତ ରାଜ୍ୟରେ ସ୍ବାଭାବିକଠାରୁ ୧୧ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି ।
୪୮ ଘଣ୍ଟାରେ ଲଘୁଚାପ !
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











