ବାତ୍ୟା ପ୍ରଭାବ : ୫ରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା । ୧୧୫.୬ ମିଲିମିଟରରୁ ୨୦୪.୪ ମିଲିମିଟର ବର୍ଷା ସମ୍ଭାବନା । ଅରେଞ୍ଜ ଆଲର୍ଟ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ । ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ଧିରେ ଧିରେ ଉତର ପଶ୍ଚିମ ଦିଗରେ ଗତିକରୁଛି । ୪ ତାରିଖ ବେଳକୁ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଉତର ତାମିଲନାଡୁ ଉପକୂଳରେ ପହଂଚିବ । ଏହା ପରେ ଉତର ପଶ୍ଚିମ ଦିଗରେ ଗତି କରି ୫ ତାରିଖ ପୂର୍ବାହ୍ନରେ ଆନ୍ଧ୍ର ଉପକୂଳର ନେଲୋର ଓ ମଛଲିପଟନମ୍ ଅତିକ୍ରମ କରିବା ସମ୍ଭାବନା ରହିଛି ।
ଗତ ୬ ଘଣ୍ଟା ହେଲା ଏହା ୧୮ କିଲୋମିଟର ବେଗରେ ଗତି କରୁଛି । ବାତ୍ୟାର ପିକ ସମୟରେ ଘଂଟା ୧୦୦ କିଲୋମିଟର ବେଗର ପବନ ବହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ବାତ୍ୟା ପ୍ରଭାବରେ ଓଡ଼ିଶାର ଉପକୂଳ ସମେତ ୧୫ରୁ ଅଧିକ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ବର୍ଷା ନେଇ ଆଂଚଳିକ ପାଣିପାଗ କେନ୍ଦ୍ର ସତର୍କ କରିଛି । ଆସନ୍ତାକାଲି ୪ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ ରହିଛି । ଏବଂ ୮ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ଆଶଙ୍କା ରହିଛି । ୪ତାରିଖରେ ସେହିପରି ରାଜ୍ୟର ୫ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଂଜାମ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ୭ରୁ ୧୧ ସେଂଟିମିଟର ବର୍ଷା ହୋଇପାରେ । ସେହିପରି ୫ତାରିଖ ପାଇଁ ୫ଟି ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଓ ୬ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଂଜାମକୁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ୭ରୁ ୨୦ ସେଂଟିମିଟର ପର୍ୟ୍ୟନ୍ତ ହୋଇପାରେ ବର୍ଷା । ନବରଙ୍ଗପୁର, କଳାହାଣ୍ଡି, ପୁରୀ, ନୟାଗଡ଼, ଖୋର୍ଦ୍ଧା ଓ କନ୍ଧମାଳ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
୫ରେ ଅତି ପ୍ରବଳ ବର୍ଷା !
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











