The Ultimate Managed Hosting Platform
ADVERTISEMENT

୭୭ ବର୍ଷରେ ମୁଖ୍ୟମନ୍ତ୍ରୀ, ଏଥର ପାଳିବେ ନାହିଁ ଜନ୍ମଦିନ 

Facebook
Twitter
LinkedIn

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିନ। ୭୭ ବର୍ଷରେ ପାଦଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥର କିନ୍ତୁ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ। ମେକ୍ ଇନ୍ ଓଡ଼ିଶା କାର୍ଯ୍ୟକ୍ରମ ପାଇଁ ହାଇଦ୍ରାବାଦ ଗସ୍ତ କରିବେ। ମୁଖ୍ୟମନ୍ତ୍ରୀ ମେକ୍ ଇନ୍ ଓଡ଼ିଶା କାର୍ଯ୍ୟକ୍ରମ ପାଇଁ ଆଜି ହାଇଦ୍ରାବାଦ ଗସ୍ତରେ ଯାଉଥିବାରୁ, ଜନ୍ମଦିନର ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସ ନଆସିବାକୁ ଶୁଭେଛୁଙ୍କୁ ଅପିଲ୍ କରିଛନ୍ତି ।

ସେହିପରି ଓଡ଼ିଶାବାସୀଙ୍କ ସ୍ନେହ, ଶ୍ରଦ୍ଧା ଓ ଆଶୀର୍ବାଦ ପାଇଁ ସେ ସବୁବେଳେ ୠଣୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ୧୭ ତାରିଖରେ ହାଇଦ୍ରାବାଦରେ ହେବ ଇନଭେଷ୍ଟର୍ସ ମିଟ୍। ଦୁବାଇ, ଦିଲ୍ଲୀ, ମୁମ୍ବାଇ, ବେଙ୍ଗାଲୁରୁ ପରେ ହାଇଦ୍ରାବାଦରେ ଏହି କାର୍ଯ୍ୟକ୍ରମ ହେବ।

ନଭେମ୍ବର ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ଭୁବନେଶ୍ୱରରେ ‘ମେକ୍ ଇନ୍ ଓଡ଼ିଶା କନକ୍ଲେଭର ତୃତୀୟ ସଂସ୍କରଣ’ ରେ ସାମିଲ ହେବାକୁ ପୁଞ୍ଜିନିବେଶକାରୀଙ୍କୁ ଆମନ୍ତ୍ରଣ କରିବେ ମୁଖ୍ୟମନ୍ତ୍ରୀ। ହାଇଦ୍ରାବାଦରେ ମୁଖ୍ୟମନ୍ତ୍ରୀ ନିବେଶକ, ଶିଳ୍ପପତି ଓ ବିଭିନ୍ନ ବ୍ୟବସାୟିକ କମ୍ପାନୀର ପ୍ରତିନିଧିଙ୍କୁ ସମ୍ବୋଧନ କରିବେ। ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯାଉଥିବା ସୁବିଧା ସଂପର୍କରେ ବୁଝାଇବେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

Login